ଅଜଣା ଗାଡ଼ି ଧକ୍କାରେ ଯୁବକ ର ମୃତ୍ୟୁ।

ଅଜଣା ଗାଡ଼ି ଧକ୍କାରେ ଯୁବକ ର ମୃତ୍ୟୁ।

ଦିଗପହଣ୍ଡି ଥାନା ଅର୍ନ୍ତଗତ ରାଜପୁର ଛକରେ ଗତ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଏକ ଅଜଣା ଗାଡ଼ି ଧକ୍କାରେ ବାବୁଲା ପ୍ରଧାନ ନାମକ ଜଣେ ଯୁବକ ଗୁରୁତର ଅବସ୍ଥାରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକ ତାକୁ ଦିଗପହଣ୍ଡି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ଘଟିଛି।ଚାଞ୍ଚଡାପଲୀ ଗ୍ରାମର ବାବୁଲା କୌଣସି କାମରେ ଯାଇ ଘରକୁ ଫେରିଲା ବେଳେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ବାବୁଲା ର ଭାଉଜ ର ଏତଲା କ୍ରମେ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ!

Leave a Reply

Your email address will not be published. Required fields are marked *