ଆଜି ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ

ଆଜି ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ

ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଆଜି ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଓ ଆରକ୍ଷୀ ଅଧିକ୍ଷକ ମିଳିତ ଭାବେ ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ । ବିଭିନ୍ନ ବିଭାଗ ସମ୍ବନ୍ଧୀୟ ସମସ୍ୟା ନେଇ ଆସିଥିବା ଲୋକଙ୍କ ଅଭିଯୋଗ ଗ୍ରହଣ କରାଯାଇ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ।ଏହି ଅବସରରେ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ପ୍ରତିକ୍ରିୟା ରଖି କହିଥିଲେ ଯେ, ସାଧାରଣ ଲୋକଙ୍କ ସମସ୍ୟାର ଶୀଘ୍ର ସମାଧାନ ପାଇଁ ଏପରି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛି ।ଗଣେଶ ପାଣିଗ୍ରାହୀଙ୍କ ରିପୋର୍ଟ ।