ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧ ଦିବସ-୨୦୨୬ ଅବସରରେ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ।

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧ ଦିବସ-୨୦୨୬ ଅବସରରେ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ।

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧ ଦିବସ-୨୦୨୬ ଅବସରରେ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ।

ଗଜପତି,ତା.୨୫.୦୬.୨୦୨୬
ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ, ଆଜି ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ୨୦୨୬ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ଦୟାମୟ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବକାରୀ ଉପ ଆରକ୍ଷୀ ଅଧୀକ୍ଷକ ଶ୍ରୀମତୀ ପ୍ରୀତିଧରା ନାୟକ ଓ ବ୍ରହ୍ମ କୁମାରୀ ସୁଜାତା ଭଉଣୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ମଞ୍ଚାସୀନ ହୋଇଥିଲେ। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ଉତ୍ସର୍ଗୀତା ବଡରଇତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ | ଏହି ଅବସରରେ ଗଜପତି ଜିଲ୍ଲାର ନିଶା ନିବାରଣ କେନ୍ଦ୍ରରେ ଚିକିତ୍ସିତ ହୋଇ ସୁସ୍ଥ ଓ ସଫଳ ଜୀବନଯାପନ କରୁଥିବା ଗୋଷାଣି ବ୍ଲକର ଭାଗୀରଥୀ ବାରିକ ଓ ପାରଳାଖେମୁଣ୍ଡି ମ୍ୟୁନିସିପାଲିଟି ର କୋଲା ଲୋକେଶ୍ଵର ରାଓ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ଗଜପତି ଜିଲ୍ଲାର ଟାଲେଣ୍ଟ ଡାନ୍ସ ଦଳର କଳାକାରମାନେ ସଚେତନତାମୂଳକ ପଥପ୍ରାନ୍ତ ନାଟକ ପରିବେଷଣ କରିଥିଲେ । ସକାଳ ୮.୦୦ ଘଟିକା ସମୟରେ ସହରରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ସ୍ଥାନୀୟ ଜନତା, ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ, ସରକାରୀ ଓ ବେସରକାରୀ କର୍ମଚାରୀଙ୍କୁ ନେଇ ଏକ ସଚେତନତା ପଦଯାତ୍ରା ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ଠାରୁ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପର୍ଯ୍ୟନ୍ତ କରାଯାଇଥିଲା । ଏହି ସଚେତନତା ପଦ ଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ଶ୍ରୀ ମୁନୀଦ୍ର ହୋନନାଗା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, କର୍ମଚାରୀ, ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଶ୍ରୀ ଏଲ୍ .ସନ୍ତୋଷ କୁମାର, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଶେଷ କରିଥିଲେ ।