ଓଡ଼ିଶାର ପ୍ରତି ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଜନତା ମଇଦାନଠାରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହିତ ସ୍ଵତନ୍ତ୍ର ଭାବେ ଆଲୋଚନା କରିଛନ୍ତି l ଏହି ଆଲୋଚନାରେ ଇସ୍ପାତ, ଗ୍ରୀନ ଏନର୍ଜି, ଗ୍ରୀନ ଅମୋନିଆ, ଗ୍ରୀନ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, କେମିକାଲ୍ସ, ସେମିକଣ୍ଡକ୍ଟର, ଆଇଟି, ସିମେଣ୍ଟ ଭଳି କ୍ଷେତ୍ରର ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଷ୍ଠିତ କମ୍ପାନୀର ସିଇଓମାନେ ଅଂଶଗ୍ରହଣ କରିଥିଲେ l ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ବର୍ତ୍ତମାନ ପ୍ରକୃଷ୍ଟ ଅବସର l ଆଜିର ସମୟରେ ଓଡ଼ିଶାର ଜିଡ଼ିପି ଦେଶରେ ସର୍ବୋଚ୍ଚ ସ୍ତରରେ ରହିଛି l ଆଜି ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମକୁ ନେଇ ବହୁ ଉତ୍ସାହିତ ଥିଲେ l ଓଡ଼ିଶା ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା ପ୍ରତି ସମର୍ଥନ ରହିଛି l ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୃଷ୍ଟିରେ ଓଡ଼ିଶା ହେଉଛି ସମ୍ଭାବନାର ରାଜ୍ୟ l ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି l ସେ ପୁଣି କହିଥିଲେ, ଓଡ଼ିଶାର ପ୍ରତି ଜିଲ୍ଲାରେ ଆମେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖିଛୁ l ଏଥିପାଇଁ ଆମେ ଭିତ୍ତିଭୂମି ବିକାଶ କରୁଛୁ l ରାଜ୍ୟରେ ରେଳପଥ,ସଡ଼କପଥ ଓ ପୋର୍ଟ ସେକ୍ଟରର ବିକାଶ କରାଯାଉଛି l ଯଦ୍ଵାରା କି ଆଜି ମାଲକାନଗିରି ଭଳି ସୀମାନ୍ତ ଅଞ୍ଚଳରେ ମଧ୍ୟ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ହେବାକୁ ଯାଉଛି l ଏହା ସମ୍ପୃକ୍ତ ଅଞ୍ଚଳଗୁଡିକର ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବା ସହିତ ଯୁବବର୍ଗଙ୍କୁ ବ୍ୟାପକ ନିଯୁକ୍ତି ପ୍ରଦାନ କରିବ l ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆମ ସରକାର ମାତ୍ର ସାତ ମାସର ସରକାର l କିନ୍ତୁ ଏହି ସାତ ମାସ ମଧ୍ୟରେ ଆମେ ଓଡ଼ିଶାରେ ଜାତୀୟ ସ୍ତରର ବହୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ କରିଛୁ l ଆଜିର ଏହି ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଉଦ୍ୟୋଗୀମାନଙ୍କୁ ଓଡ଼ିଶାରେ ଅଧିକରୁ ଅଧିକ ପୁଞ୍ଜିନିବେଶ ପାଇଁ ଉତ୍ସାହିତ କରିଛି l ଓଡ଼ିଶା ପ୍ରାକୃତିକ ସମ୍ବଳ ଓ ଖଣିଜ ସମ୍ପଦରେ ଭରପୂର l ଏସବୁର ସଠିକ ଉପଯୋଗରେ ଓଡ଼ିଶା ବିକଶିତ ଭାରତର ଗ୍ରୋଥ ଇଞ୍ଜିନ ହେବ ବୋଲି ମୋଦିଜୀ କହିଛନ୍ତି l ଆପଣ ମାନଙ୍କ ସହଯୋଗରେ ମୋଦିଜୀଙ୍କ ଏହି ଲକ୍ଷ୍ୟ ପୂରଣ ହେବ ବୋଲି ସେ କହିଥିଲେ l କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ସ୍ଵାଗତ ଅଭିଭାଷଣ ରଖି ଅଂଶଗ୍ରହଣକାରୀ ସମସ୍ତ କମ୍ପାନୀ ଗୁଡିକୁ ଓଡ଼ିଶାକୁ ସ୍ଵାଗତ କରି ଉଦ୍ୟୋଗ ସ୍ଥାପନ ନିମନ୍ତେ ସମସ୍ତ ସୁବିଧା ସୁଯୋଗ ସରକାରଙ୍କ ତରଫରୁ ଯୋଗାଇ ଦିଆଯିବ ବୋଲି କହିଥିଲେ l ସିଆଇଆଇର ମହାନିର୍ଦ୍ଦେଶକ ଶ୍ରୀ ଚନ୍ଦ୍ରଜିତ ବାନାର୍ଜୀ ଅଧିବେଶନକୁ ସଂଚାଳନ କରିଥିବାବେଳେ, ପିଡବ୍ଲୁସି (pwc)ର ଅଧ୍ୟକ୍ଷ ଶ୍ରୀ ସଂଜୀବ କ୍ରିଷନ, କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତବ୍ୟକ୍ତ କରିଥିଲେ l ମୁଖ୍ୟମନ୍ତ୍ରୀ ଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ।ଶେଷରେ ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ l
Related Posts

ଅଗଷ୍ଟ ୨୩ରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିବାର ସମ୍ଭାବନା ରହିଛି।
ନୂଆଦିଲ୍ଲୀ:ଅଗଷ୍ଟ ୨୩ରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିବାର ସମ୍ଭାବନା ରହିଛି। ଏହି ଅବସରରେ ସେ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ପ୍ରଧାନମନ୍ତ୍ରୀ…

Special emphasis will be placed on peaceful, free & fair electoral process: Odisha DGP
Special emphasis will be placed on peaceful, free & fair electoral process: Odisha DGP Bhubaneswar: (Abhishek Mohanty)Special emphasis will be…

ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡକୁ ନୂଆମୋଡ଼
ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ୨ ବର୍ଷ ପୂରିବ। ଭୁବନେଶ୍ଵର:ହତ୍ୟାକାରୀ ଗିରଫ ହୋଇଛି ସତ, ହତ୍ୟା ପଛର କାରଣ ଏବେବି ରହସ୍ୟ ଘେରରେ ରହିଛି। ଏସବୁ…