ଓଡ଼ିଶାର ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଓଡ଼ିଶାର ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଭୁବନେଶ୍ୱର ମ୍ୟୁଜିଅମ୍ ଛକରେ ଥିବା ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ବରରେ ଥିବା ଜୟୀ ରାଜଗୁରୁ, ରାଜେନ୍ଦ୍ର ନାରାୟଣ ସିଂ ଓ ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ମଧ୍ୟ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।
