*ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ।ଗଜପତି, ୨୪.୧୦( ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିସରରେ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଉପଲକ୍ଷେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ବକ୍ତୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇଥିଲା। ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ଆସନ୍ତା ୨୯ ତାରିଖରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ।ସେହିପରି, ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ମଧ୍ୟ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଆସନ୍ତା ୨୭ ତାରିଖରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସମ୍ମାନିତ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯିବା ନିମନ୍ତେ ସ୍ଥିର ହୋଇଛି।ଏହି ପ୍ରତିଯୋଗିତା ଗୁଡ଼ିକରେ ବିଚାରକ ଭାବେ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା, ପ୍ରାକ୍ତନ ସଦସ୍ୟ, ଓଡ଼ିଶା ସାହିତ୍ୟ ଏକାଡେମୀ, ଗଜପତି,ଅଧ୍ୟାପିକା ଶୁଭ୍ରା ପଟ୍ଟନାୟକ, ଅଧ୍ୟାପକ ଆର୍ତ୍ତତ୍ରାଣ ଚଇନି, ଅଧ୍ୟାପିକା ଅଞ୍ଜନା ପଟ୍ଟନାୟକ, ଇଂ.ଶ୍ୱେତା ପଟ୍ଟନାୟକ, ଶ୍ରୀ କିଶୋର ଦାସ ଓ ଶ୍ରୀ ରମାକାନ୍ତ ବରାଡ ପ୍ରମୁଖ ଉପସ୍ଥିତ ରହି ମୂଲ୍ୟାୟନ କରିଥିଲେ।ଏହି ପ୍ରତିଯୋଗିତା ଗୁଡ଼ିକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିପର୍ଯ୍ୟୟ ପରିଚାଳନା ସମ୍ପର୍କିତ ସଚେତନତା, ସୃଜନଶୀଳତା, ନୈତିକ ମୂଲ୍ୟବୋଧ ଓ ଦୁର୍ନୀତି ବିରୋଧୀ ମନୋଭାବ ବୃଦ୍ଧି କରିବା ଉପରେ ସଚେତନତା ସୃଷ୍ଟି କରାଯାଇଥିଲା।
ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ।
