କଇଠପଦର ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳିତ ।

କଇଠପଦର ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳିତ ।

*କଇଠପଦର ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳିତ ।

ଆର, ଉଦୟଗିରି:-(୨୦.୯ ମନୋଜ ପାଢ଼ୀଙ୍କ ରିପୋର୍ଟ) ରାୟଗଡ଼ ବ୍ଲକ ଅନ୍ତର୍ଗତ କଇଠପଦରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ପାଳିତ ହୋଇଯାଇଛି।ଏହି ଅବସରରେ ଅତିଥି ଭାବେ ମୋହନା ବିଧାୟକ ଦାଶରଥୀ ଗମାଙ୍ଗ, ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗାବରା ତିରୁପତି ରାଓ, ରାୟଗଡ଼ ବ୍ଲକ ଅଧ୍ୟକ୍ଷା ପୂର୍ଣ୍ଣବାସୀ ନାଏକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଦୟାମୟ ପାଢ଼ୀ, ଜିଲ୍ଲା ଶିକ୍ଷା ଅଧିକାରୀ ଡ. ମାୟାଧର ସାହୁ ଏବଂ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଓ୍ୱାଇ. କ୍ରିଷ୍ଣାରାଓ ପ୍ରମୁଖ ଯୋଗ ଦେଇଥିଲେ।କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ସମସ୍ତ ୭ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ/ଅଧ୍ୟକ୍ଷା, ଗୋଷ୍ଠୀ ଶିକ୍ଷା ଅଧିକାରୀ ଏବଂ ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ/ପ୍ରଧାନ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗ ଦେଇଥିଲେ। ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ପ୍ରତି ଉତ୍ସାହିତ କରିବା ସହ ନିଷ୍ଠା ଓ ପରିଶ୍ରମରେ ଅଧ୍ୟୟନ କରି ନିଜ ନିଜର ସୁନ୍ଦର ଭବିଷ୍ୟତ ଗଢ଼ିବା ସହ ସୁନାଗରିକ ହେବା ପାଇଁ ପରାମର୍ଶ ଦେଇଥିଲେ।