ରାୟଗଡା ଜିଲ୍ଲା କାଶୀପୁରରେ ବୁଧବାରଠାରୁ ଦିଆଯିବ ଡିପଥେରିଆ ବୁଷ୍ଟର ଡୋଜ ଟିକା।ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ଆଣ୍ଟି ବାୟୋଟିକ ଦିଆଯାଇଛି। ଆଗକୁ ଗଜପତି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି ସର୍ଭେଲାନ୍ସ ହେବ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡାକ୍ତର ସଂଯୁକ୍ତା ସାହୁ।୫ରୁ ୧୫ ବର୍ଷ ବୟସ୍କଙ୍କୁ TD ଡୋଜ ଦିଆଯିବ। ସର୍ଭେଲାନ୍ସ ସରିବା ପରେ ସଂକ୍ରମଣ ହୋଇଥିବା ଅନ୍ୟ ଅଞ୍ଚଳରେ ବୁଷ୍ଟର ଡୋଜ ଦିଆଯିବ।ଡିପଥେରିଆ ସଂକ୍ରମଣ ବଢିବା ପରେ ସ୍ୱାସ୍ଥ୍ୟ ବିଭାଗର ବଡ଼ ପଦକ୍ଷେପ।
