କୋରାପୁଟରେ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ପ୍ରଥମ ଯାତ୍ରା ଶୁଭାରମ୍ଭ

କୋରାପୁଟରେ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ପ୍ରଥମ ଯାତ୍ରା ଶୁଭାରମ୍ଭ

କୋରାପୁଟରେ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ପ୍ରଥମ ଯାତ୍ରା ଶୁଭାରମ୍ଭ

କୋରାପୁଟ: ଜିଲ୍ଲା ସ୍ତରୀୟ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା କାର୍ଯ୍ୟକ୍ରମ ଜିଲ୍ଲା ସଂସ୍କୃତି ଭବନ, କୋରାପୁଟଠାରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଭାସୀ ମାଧ୍ୟମରେ ଯୋଗଦେଇ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ପ୍ରଥମ ଯାତ୍ରାକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି ଯୋଜନା ମାଧ୍ୟମରେ ଶ୍ରଦ୍ଧାଳୁମାନଙ୍କୁ ଶ୍ରୀଜଗନ୍ନାଥଙ୍କ ଦର୍ଶନର ସୁଯୋଗ ମିଳିବା ସହ ଧାର୍ମିକ ଯାତ୍ରାକୁ ସୁଗମ କରିବାରେ ଏହା ସହାୟକ ହେବ।କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ, ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ), କୋରାପୁଟଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।