ଗଜପତିରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ।

ଗଜପତିରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ।

*ଗଜପତିରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ।

ଗଜପତି, ୧।୧୦( ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଓଡ଼ିଶା ସରକାରଙ୍କର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ଗଜପତି ଜିଲ୍ଲାରେ ୭୨ ତମ ବନ୍ୟପ୍ରାଣୀ ସପ୍ତାହ ଜିଲ୍ଲା ବନଖଣ୍ଡ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି। ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ କେ.ନାଗରାଜୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ପ୍ରଶାସକ ଶ୍ରୀ ଅଂଶୁମାନ ମହାପାତ୍ର, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ପ୍ରମୁଖ ଯୋଗଦେଇ ବନ୍ୟପ୍ରାଣୀଙ୍କ ସୁରକ୍ଷା ଓ ସଂରକ୍ଷଣ ଉଦ୍ଦେଶ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଭାଗ ନେଇଥିଲେ। ଏହି ଅବସରରେ ବନଖଣ୍ଡ ଅଧୀନସ୍ଥ ସମସ୍ତ କର୍ମଚାରୀ, ଛାତ୍ରଛାତ୍ରୀ ଓ ବିଭିନ୍ନ ବିଭାଗର ପ୍ରତିନିଧିମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଆଲୋଚନା ଚକ୍ର ମାଧ୍ୟମରେ ବନ୍ୟପ୍ରାଣୀଙ୍କ ସୁରକ୍ଷା, ସଂରକ୍ଷଣ ଓ ଜୈବ ବିବିଧତା ଳର ସୁରକ୍ଷା ନେଇ ସଚେତନତା ସୃଷ୍ଟି କରାଯାଇଥିଲା।ଏହି ଅବସରରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ଏକ ପ୍ୟାନେଲ୍ ଆଲୋଚନା ଅନୁଷ୍ଠିତ ହୋଇଥିଲା। ଆଲୋଚନାରେ ଅତିରିକ୍ତ ସିଡିଏ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଏବଂ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରତିନିଧିଙ୍କ ସମେତ ବିଭିନ୍ନ ଲାଇନ୍ ବିଭାଗର ଅଧିକାରୀ ଯୋଗଦେଇ ବନ୍ୟପ୍ରାଣୀ ସଂରକ୍ଷଣର ବିଭିନ୍ନ ଦିଗ ଉପରେ ମତବିନିମୟ କରିଥିଲେ।କାର୍ଯ୍ୟକ୍ରମରେ ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନର ସଦସ୍ୟ, ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ। ବନ୍ୟପ୍ରାଣୀ ଓ ପ୍ରାକୃତିକ ପରିବେଶର ସୁରକ୍ଷାରେ ସମୁଦାୟର ଭୂମିକା, ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ ଏବଂ ଜଙ୍ଗଲ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ସଚେତନତା ବୃଦ୍ଧି ଉପରେ ଆଲୋଚନା କରାଯାଇଥିଲା।ଏହି ଅବସରରେ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ବନ୍ୟପ୍ରାଣୀ ସଂରକ୍ଷଣ ପୁରସ୍କାର ପ୍ରଦାନ କରାଯାଇଥିଲା। ବନ୍ୟପ୍ରାଣୀ ସୁରକ୍ଷାକୁ ଏକ ସାମୂହିକ ଦାୟିତ୍ୱ ଭାବେ ଗ୍ରହଣ କରି ପରିବେଶ ଓ ବନ୍ୟଜନ୍ତୁ ସଂରକ୍ଷଣ ଦିଗରେ ଅଧିକ ସକ୍ରିୟ ହେବାକୁ ଆହ୍ୱାନ ପ୍ରଦାନ କରାଯାଇଥିଲା।