*ଗଜପତି ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ସ୍ଥଳୀ ଗୁଡ଼ିକରେ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ। ଗଜପତି,୬.୪(ମନୋଜ ପାଢ଼ୀ)-: ଜିଲ୍ଲା ପ୍ରଶାସନ ଗଜପତି ପକ୍ଷରୁ ଷଷ୍ଠ ଦିନରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ଜିଲ୍ଲାର ବିଭିନ୍ନ ଦେବାଳୟ,ଐତିହ୍ୟ ସ୍ଥଳୀ ଓ ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକର ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହିପରି ପେକ୍ଷୀରେ ଜିଲ୍ଲାର ଐତିହ୍ୟ ସ୍ଥଳୀ, ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକର ଯଥା ମହେନ୍ଦ୍ରଗିରି ଶୈବ ପୀଠ, ଗୁଦୁଗୁଦା , ଖସଡ଼ା, ଗଣ୍ଡାହାତୀ, ମାଙ୍କଡ଼ଆଁ , ଦେବଗିରି ଓ ବି.ଏନ.ରାଜପ୍ରାସାଦ ବୋଲି ସମସ୍ତ ବ୍ଲକ ଓ ପଞ୍ଚାୟତ ଗୁଡିକରେ ଥିବା ସମସ୍ତ ଐତିହ୍ୟ ସ୍ଥଳୀ ଗୁଡ଼ିକରେ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଅଛି। ଏହି ଅବସରରେ ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ବି.ଏନ.ରାଜପ୍ରାସାଦ ଠାରେ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଅଛି। ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟ ସମୃଦ୍ଧ ଓ ରାଜ୍ୟ ସରକାରଙ୍କ ଆହ୍ଵାନ କ୍ରମେ ଚଳିତ ବର୍ଷ ଅପ୍ରେଲ ୧ ତାରିଖ ଠାରୁ ୧୪ ଅପ୍ରେଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରାଯାଉଛି। ଆଜିର କାର୍ଯ୍ୟକ୍ରମରେ ଜିଲ୍ଲାରେ ଐତିହ୍ୟ ସ୍ଥଳୀ ଓ ପର୍ଯ୍ୟଟନ ସ୍ଥଳୀ ସଫା କରିବା ପାଇଁ ଜନସାଧାରଣଙ୍କ ମଧ୍ୟରେ ଓଡ଼ିଶାର ଐତିହ୍ୟ ଏଵଂ ସଂସ୍କୃତିର ପ୍ରତି ଗର୍ବ ସୃଷ୍ଟି କରିବା, ଜିଲ୍ଲା ଓ ରାଜ୍ୟର ସାଂସ୍କୃତିକ ଓ ବିବିଧତାକୁ ପାଳନ କରିବା , ଜିଲ୍ଲାର ସମସ୍ତ ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକର ସ୍ୱଚ୍ଛତା ରଖିଲେ ବହୁ ପର୍ଯ୍ୟଟକ ଏଟାକୁ ଆସିବା ପାଇଁ ଆଗ୍ରହ ପ୍ରକାଶ କରିପାରିବେ।
ଏହି କାର୍ଯ୍ୟକ୍ରମରେ ପୌରପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ନିର୍ବାହୀ ଅଧିକାରୀପୌରପରିଷଦ,ପାରଳାଖେମୁଣ୍ଡି ଲକ୍ଷ୍ମଣ କୁମାର ମୁର୍ମୁ, ,ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଅରୁଣ କୁମାର ତ୍ରିପାଠୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଗଜପତି ସମେତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତହସିଲଦାର ଗ୍ରାମ ପଞ୍ଚାୟତର ଜନପ୍ରତିନିଧି ଓ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ସାମିଲ ହୋଇ ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯକ୍ରମ ଉପରେ ସଚେତନତା ସୃଷ୍ଟି କରାଯାଇଥିଲା।
