ଗୁଡାରିରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ଗୁଡାରିରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ଗୁଡାରିରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ରାୟଗଡ( info media)ଗୁଡରି ବ୍ଲକ ସଭାଗୃହରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକାରୀ ଗୋଷୁନର ବାର୍ଲା, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ପ୍ରମୁଖ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୩୧ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ଟି ୨୬ ବ୍ୟକ୍ତିଗତ,୦୫ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କ ଅବଗତି ନିମନ୍ତେ ଜିଲ୍ଲା କାର୍ଯ୍ୟାଳୟକୁ ଜଣାଇବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।ଏହି ଅଭିଯୋଗ ଶିବିରରେ ଗୁଣପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଗୁଡାରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଚିସ୍ମିତା ବେହେରାଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ତହସିଲଦାର ଆଡାଲା ସ୍ନେହଲତା ଗୁଡରି ଥାନା ଅଧିକାରୀ ବିଶ୍ୱବନ୍ଦିନୀ ବାଗ ପ୍ରମୁଖ ଯୋଗ ଦେଇଥିଲେ ।ରାୟଗଡ ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ