*ଗୁମ୍ମା ବ୍ଲକର ବାରୁସିଂ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଜିଲ୍ଲା ନୋଡାଲ ଅଧିକାରୀ* ।
ଗଜପତି ,୨୮.୧୦(ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଗଜପତି ଜିଲ୍ଲାରେ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଜନସାଧାରଣଙ୍କ ସୁରକ୍ଷା ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।ଏହି ଅବସରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ତଥା ଜିଲ୍ଲା ନୋଡାଲ ଅଧିକାରୀ ଶ୍ରୀ ବିଜୟ କୁମାର ଦାଶ ଗୁମ୍ମା ବ୍ଲକ ଅନ୍ତର୍ଗତ ବୃଷଭ ଗ୍ରାମ ପଞ୍ଚାୟତର ବାରୁସିଂ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଥିଲେ।ପରିଦର୍ଶନ ସମୟରେ ସେ ଆଶ୍ରୟସ୍ଥଳୀରେ ବାତ୍ୟା ମୁକାବିଲା ପାଇଁ କରାଯାଇଥିବା ପ୍ରସ୍ତୁତି, ଆଶ୍ରୟ ନେଇଥିବା ଲୋକଙ୍କ ସୁରକ୍ଷା ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ଆବଶ୍ୟକୀୟ ସୁବିଧା ସମ୍ପର୍କରେ ଯାଞ୍ଚ କରିଥିଲେ।ବାତ୍ୟା ଓ ପ୍ରବଳ ବର୍ଷା ସମୟରେ ଲୋକଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଥିଲା।ବିପଦପୂର୍ଣ୍ଣ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳୀକୁ ଅଣାଯିବା ସହିତ ସେମାନଙ୍କୁ ଉପଯୁକ୍ତ ଖାଦ୍ୟ ଓ ପାନୀୟଜଳ ଯୋଗାଇଦେବା ଦିଗରେ ପ୍ରଶାସନର ପ୍ରସ୍ତୁତିକୁ ଏହି ପରିଦର୍ଶନରେ ଗୁରୁତ୍ୱ ଦିଆଯାଇଥିଲା।
ନୋଡାଲ ଅଧିକାରୀଙ୍କ ଏହି ଗସ୍ତ ସମୟରେ ଗୁମ୍ମା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ ମାରାଣ୍ଡି, ଭାରପ୍ରାପ୍ତ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ତ୍ରିନାଥ ସାହୁଙ୍କ ସମେତ ବ୍ଳକର ବହୁ କର୍ମଚାରୀ ଉପସ୍ଥିତ ଥିଲେ।
