ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ସ୍ଥଗିତ
ଭୁବନେଶ୍ୱର: ଓଡ଼ିଶାରେ ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଆସନ୍ତା ୨୫ ତାରିଖରେ ମିଳିବାର ଥିଲା ଟଙ୍କା । ସବିଶେଷ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇ ନଥିବାରୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାର ଶେଷ ସୁଯୋଗ ଦେଇଛନ୍ତି । ଇ କେୱାଇସି ଏବଂ ବାଇଓମେଟ୍ରିକ ଜରିଆରେ ତୁରନ୍ତ ସୁଭଦ୍ରା ଯାଞ୍ଚ ପ୍ରକ୍ରିୟା ଶେଷ କରନ୍ତୁ । ଏ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା ।