ଭୁବନେଶ୍ବର: ରାଷ୍ଟ୍ରପତି ଆସନ୍ତା ସେପ୍ଟେମ୍ବର ୫ ତାରିଖରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ଦେଶର ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିବେ। ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯିବ।
ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଳାହାଣ୍ଡି ଜିଲ୍ଲାର ନର୍ଲାସ୍ଥିତ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାର ବିଲେସୁସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀ ଚନ୍ଦ୍ର ସାହୁଙ୍କୁ ପୁରସ୍କାର ପ୍ରଦାନ କରିବେ।