ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ
କଟକ, ଜୁଲାଇ ୪: କଟକର ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଚାଉଳିଆଗଞ୍ଜ ଥାନାର ଆଇଆଇସି ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ପରେ ପୁଲିସ ବିଭାଗରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।ସୂଚନା ଅନୁଯାୟୀ, ଥାନା କ୍ୱାର୍ଟର୍ସରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବାବେଳେ ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି। ବରିଷ୍ଠ ପୁଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଚଳାଇଛନ୍ତି।ବ୍ୟବଚ୍ଛେଦ ରିପୋର୍ଟ ଏବଂ ପୁଲିସ ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି।
