ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆର,ଉଦୟଗିରି(ମନୋଜ କୁମାର ପାଢୀ/୩/୩/୨୦୨୫ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଏଗାରଟା ଠାରୁ ଦୁଇଟା ପର୍ଯ୍ୟନ୍ତ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା ଓ ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ୱୀରାଜ ମଣ୍ଡଳ, ଆଇଏଫ୍ଏସ୍, (ପ୍ରବେସନ୍) ସିଦ୍ଧାର୍ଥ ଜୈନ୍ ପ୍ରମୁଖ ମଞ୍ଚସ୍ଥ ହୋଇ ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କଥଲ କଇଠା,ରାଣୀପେଣ୍ଠ ଓ ସିଧାମଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୮୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୭ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୬୩ ଗୋଟି ଥିବା ବେଳେ ୫ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଏଥି ସହ ଜଣକୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରା ଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ପାରଳାଖେମଣ୍ଡି ହୋଇଥିବା ଅଭିଯୋଗ ଶୁଣାଣିରେ ରା,ଉଦୟଗିରି ଗ୍ରାମର ଜଣେ ଯୁବକ ରଞ୍ଜ ମିଶ୍ର ଏହି ଅଭିଯୋଗ ଶୁଣାଣିରେ ଯୋଗଦେଇ ରା,ଉଦୟଗିରି ବ୍ଳକ ଅବାରସିଂ ପଞ୍ଚାୟତର ଡୁମ୍ବା ଗ୍ରାମରେ ନିର୍ମାଣ ହୋଇଥିବା ପାର୍କରେ ମହାଦୁର୍ନୀତି ତଦନ୍ତ କରିବାକୁ ଜିଲ୍ଲାପାଳଙ୍କୁ ଯୁବକ ଅନୁରୋଧ କରିଥିଲେ । ଜିଲ୍ଲାପାଳ ଅତିଶିଘ୍ର ଏହାକୁ ତଦନ୍ତ କରିବେ ବୋଲି କହିଥିଲେ । ଦେଖିବାକୁ ବାକି ରହିଲା ପାର୍କ ନିର୍ମାଣ ଦୁର୍ନୀତି ଜିଲ୍ଲାପାଳ କେବେ ପର୍ଦାଫାସ କରୁଛନ୍ତି । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ , ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ଓ ଅଭିଯୋଗ ଶୁଣାଣୀର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।