ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ । ଆର,ଉଦୟଗିରି(ମନୋଜ କୁମାର ପାଢୀ) ଢଢୀଛଛଗୃଗଜପତି ଜିଲ୍ଲା କାଶୀନଗର ବ୍ଲକଢଛ❤️ଏଏ ଅନ୍ତର୍ଗତ ଅଲଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେଛଗ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ,ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଅଲଡା ଗ୍ରାମ ପଞ୍ଚାୟତ ସମେତ ସାଇଲି , କିଡିଗାଁ ଓ ଗୋରିବନ୍ଧ ପଞ୍ଚାୟତର ସମୁଦାୟ ମୋଟ- ୪୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଓ ୦୧ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବି.ସୁଧାରାଣୀ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ, ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
Related Posts

ଲରମ୍ଭା କଲେଜ ଠାରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ର ନୌସେନା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।
ଲରମ୍ଭା କଲେଜ ଠାରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ର ନୌସେନା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବରଗଡ଼ ୨୮,୧୦(ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଅତାବିରା ବ୍ଲକ୍…

ଭୁବନେଶ୍ବରରେ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ବରରେ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଭୁବନେଶ୍ବର: ଭୁବନେଶ୍ୱର ୭ମ ବାଟାଲିୟନ ଭିତରେ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।ବାଟାଲିୟନ ଭିତରେ ଏକ ଗଛରେ ଝୁଲିଥିବା ଅବସ୍ଥାରେ…

ସ୍କୁଟି ଓ ମୋଟରସାଇକେଲ ମୁହାଁମୁହିଁ ଧକ୍କା,୩ ଗୁରୁତର ଆହତ।
ସ୍କୁଟି ଓ ମୋଟରସାଇକେଲ ମୁହାଁମୁହିଁ ଧକ୍କା,୩ ଗୁରୁତର ଆହତ। ଗଞ୍ଜାମ:କୋଦଳା ଥାନା ଅର୍ନ୍ତଗତ ଖଲ୍ଲିକୋଟ ମୁଖ୍ୟ ରାସ୍ତାରେ ଏକ ସଡ଼କ ଦୁର୍ଘଟଣାରେ ତାଳପଡା ଗ୍ରାମର ଉଷା ନାହାକ,…