ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ.।ଆର,ଉଦୟଗିରା(ମନୋଜ କୁମାର ପାଢୀ)-ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାଏକ ଓ ଶ୍ରୀ ସିଦ୍ଧାର୍ଥ ଜୈନ୍, ଆଇଏଫ୍ଏସ୍, (ପ୍ରବେସନ୍) ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା,ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୮୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୪ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୫ ଗୋଟି ଓ ୯ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ଓ ଅଭିଯୋଗ ଶୁଣାଣୀର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Related Posts

ଜୟପୁରରୁ ରାୟଗଡ଼ା ଯାଉଥିବା ‘MSSB’ ନାମକ ଘରୋଇ ବସ୍ ଦୁର୍ଘଟଣା
ଲକ୍ଷ୍ମୀପୁର: କାଠ ବୋଝେଇ ଟ୍ରକ୍ ସହ ବସ୍ ମୁହାମୁହିଁ ଧକ୍କା*NH ୩୨୬ ଲକ୍ଷ୍ମୀପୁର ଥାନା ଡୁମୁରିପଦର ରାସ୍ତାରେ ଦୁର୍ଘଟଣା*ବସ୍ରେ ଥିବା ଏକାଧିକ ଯାତ୍ରୀ ଆହତ, ୨/୩ଟି ଆମ୍ବୁଲାନ୍ସ…

ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ପରିଚାଳନା ନିମନ୍ତେ ପ୍ରସ୍ତୁତି ବୈଠକ…
ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ପରିଚାଳନା ନିମନ୍ତେ ପ୍ରସ୍ତୁତି ବୈଠକ ଗଜପତି. ଗଜପତି ଜିଲ୍ଲା ସଦର ମହକୁମା ଜିଲ୍ଳାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ…

ଟିକାବାଲି ବ୍ଲକ ସ୍ଥିତ କଇଁଝର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ଆୟୋଜିତ…
ଟିକାବାଲି ବ୍ଲକ ସ୍ଥିତ କଇଁଝର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ଆୟୋଜିତ…. କନ୍ଧମାଳ : ରିପୋର୍ଟ କୁନା ଦିଗାଲ )ଟିକାବାଲି ବ୍ଲକ…