ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ଗଜପତି,23.2(ମନୋଜ କୁମାର ପାଢୀ)-: ଗଜପତି ଜିଲ୍ଲା ନୂଆଗଡ ବ୍ଲକ ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ଵୀରାଜ ମଣ୍ଡଳ, ଉପଜିଲ୍ଲାପାଳ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ନୂଆଗଡ ପଞ୍ଚାୟତ ସମିତିର ସମୁଦାୟ ୬୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୮ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୫୦ ଗୋଟି ଅଭିଯୋଗ ଆସିଥିଲା ।

ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୪ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ସେହିପରି ଜଣ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ଯୋଗାଣ ବିଭାଗ ତରଫରୁ ୭ ଜଣଙ୍କୁ ନୂତନ ରେସନ କାର୍ଡ ପ୍ରଦାନ କରାଯାଇଛି।ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ମାଳତୀ ପ୍ରଧାନ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋକନାଥ ଶବର,ତହସିଲଦାର ମୋନାଲିସା ଆଚାରୀ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।