ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..

ଗଜପତି,୨୭/୭(ମନୋଜ ପାଢ଼ୀ)ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଗୁମ୍ମା ପଞ୍ଚାୟତ ସମିତିର ସମୁଦାୟ ମୋଟ-୮୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୧ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା – ୧୮ଗୋଟି ଅଭିଯୋଗ ଆସିଥିଲା ,ସେଥିମଧ୍ୟରୁ ୨୧ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି। ଜଣକୁ ରେଡ୍ କ୍ରସ୍ ପାଣ୍ଠିରୁ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ସେହିପରି ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୮ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ ମାରାଣ୍ଡି,ତହସିଲଦାର ଶ୍ରୀ ଶରତ ଶବର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।