*ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।*
ଗଜପତି:(ମନୋଜ ପାଢୀ) :-ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିଦ୍ର ହୋନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ କୁମାର ପଣ୍ଡା, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ- ୭୭ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ୬୭ ଗୋଟି ଓ ଗ୍ରାମ ଭିତ୍ତିକ ସମସ୍ୟା ସମ୍ପର୍କିତ ୧୦ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ସମ୍ବନ୍ଧୀୟ ଅଭିଯୋଗମାନ ଆସିଥିଲା ।ଆଜିର ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।
