ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ।
ଗଜପତି,୧୯.୧(ମନୋଜ ପାଢ଼ୀ) ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଚଳିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ପ୍ରତିଯୋଗିତାରେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗୀତାମାନ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗୀତା ରେ ପ୍ରବନ୍ଧ, ବକୃତା, କୁଇଜ୍, ଦେଶାତ୍ମକ ବୋଦକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ବୟଂ ଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ଚଳିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଦିନ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ।
ଆଜିର ଏହି କାର୍ଯ୍ୟକ୍ରମରେ ବିଚାରକ ମଣ୍ଡଳୀ ଭାବରେ ସହକାରୀ ଶିକ୍ଷକ ଅମୋସ ଲିମ୍ମା, ଶିକ୍ଷୟତ୍ରୀ ସୁଲତା ଶୁଭଦର୍ଶୀନୀ, ଜଗନ୍ନାଥ ପଟ୍ଟନାୟକ, ଅନିତା ଦାସ, ରମାକାନ୍ତ ବରାଡ଼, ସିମାଞ୍ଚଳ ବେହେରା , ଯଶସ୍ୱନି ପାଣି, ସୁମିତ୍ରା କୁମାରୀ ଜେନା, ଦେବୀ ପ୍ରସାଦ ପଟ୍ଟନାୟକ , ସୁଜତା ନନ୍ଦ ପ୍ରମୁଖ ବିଚାରକ ମଣ୍ଡଳୀ ବାଭରେ ଦଇତ ତୁଲାଇଥିଲେ। ଏହି ସବୁ ପ୍ରତିଯୋଗିତାକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆୟୋଜିତ ହେଇଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜିଲ୍ଲା ଶାରିରୀକ କ୍ରୀଡ଼ା ଅଧିକାରୀ ସୁରେନ୍ଦ୍ର କୁମାର ପାତ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
