ଭୁବନେଶ୍ବର, ୨୭/୨(ଇମିସ): ଓଲିଉଡ୍ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ନାହାନ୍ତି। ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ଗୁରୁଗାଓଁ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି। ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।
ଜୀବନ ରଙ୍ଗମଞ୍ଚରେ ଅଭିନୟ ସାରି ବାହୁଡ଼ିଗଲେ ଉତ୍ତମ। ଲିଭିଗଲା ଓଡ଼ିଆ ଚଳଚ୍ଚିତ୍ର ଜଗତର ଉଜ୍ଜ୍ବଳ ତାରକା। ଅନେକ ସୁପରହିଟ୍ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କୁ ମନୋରଞ୍ଜନ କରୁଥିବା ଏହି ମହାନ୍ ନାୟକଙ୍କ ଜୀବନ ଦୀପ ଆଜି ଲିଭିଯାଇଛି। ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଉତ୍ତମଙ୍କ ଅବଦାନ ତାଙ୍କୁ ସବୁଦିନ ପାଇଁ ଅମର କରି ରଖିବ…