ଝରାପାଲି ମାର୍କେଟ ଥୁଆପାଲି ନିଉ ଡନବସ୍କୋ ଏକାଡେମୀ ପକ୍ଷରୁ ୩୮ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।

ଝରାପାଲି ମାର୍କେଟ ଥୁଆପାଲି ନିଉ ଡନବସ୍କୋ ଏକାଡେମୀ ପକ୍ଷରୁ ୩୮ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।

ଝରାପାଲି ମାର୍କେଟ ଥୁଆପାଲି ନିଉ ଡନବସ୍କୋ ଏକାଡେମୀ ପକ୍ଷରୁ ୩୮ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବରଗଡ – (ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଭେଡେନ ବ୍ଲକ ଝରାପାଲି ମାର୍କେଟ ଥୁଆପାଲି ଠାରେ ନିଉ ଡନବସ୍କୋ ଏକାଡେମୀ ପକ୍ଷରୁ ପକ୍ଷରୁ ୩୮ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ନିଉ ଡନବସ୍କୋ ଏକାଡେମୀ ଶିକ୍ଷୟିତ୍ରୀ ଶ୍ରୀମତୀ ମିନତୀ ପାଢ଼ୀ ସଭା କାର୍ଯ୍ୟ ପରିଚାଳନା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଶ୍ରୀଯୁକ୍ତ ଧର୍ମରାଜ ପ୍ରଧାନ ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ରାମଚଣ୍ଡି ସେବା ସଦନ ନର୍ସିଂ ହୋମ ଉପଦେଷ୍ଟା ଶ୍ରୀଯୁକ୍ତ ପ୍ରଫୁଲ୍ଲ ପ୍ରଧାନ ଓ ସମ୍ମାନୀତ ଅତିଥି ନ୍ୟୁ ଡନବସ୍କୋ ଏକାଡେମୀ ଉପଦେଷ୍ଟା ଶ୍ରୀଯୁକ୍ତ ସୁନୀଲ ସିଂ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବସନ୍ତ କୁମାର ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ। ବିଦ୍ୟାଳୟର ଉପଦେଷ୍ଟା ସୁନୀଲ ସିଂ କଂ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା। ଶିକ୍ଷା, ଖେଳ ଓ ଅନ୍ୟାନ୍ୟ ବିଷୟ ରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ଟ୍ରଫି, ମେଡାଲ ଓ ପ୍ରମାଣପତ୍ର ଦେଇ ପୁରସ୍କୃତ କରାଯାଇଥିଲା। ପରିଶେଷରେ ବିଦ୍ୟାଳୟ ର ଶିକ୍ଷକ ମୂରଲି କ୍ରିଷ୍ଣା ଧନ୍ୟବାଦ ଅର୍ପଣ କରିଥିଲେ।ଏହି ସମୟରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ସହଯୋଗ କରିଥିଲେ। ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।