ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ପିତାତଳି ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ଦୁଇ ଜଣ ମହିଳା ଭୁବନେଶ୍ୱର ପାଚିକା ସଙ୍ଘର ସଭାରେ ଯୋଗ ଦେବାକୁ ଯିବା ପାଇଁ ସୁରଳ ରେଳଷ୍ଟେସନରେ ଟ୍ରେନରେ ଚଢ଼ୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି। ଉଭୟ ଟ୍ରେନରେ ଚଢ଼ୁଥିବାବେଳେ ଭାରସାମ୍ୟ ହରାଇ ଖସି ପଡ଼ିଥିଲେ। ଘଟଣାସ୍ଥଳରେ ଉଭୟଙ୍କର ଶୋଚନୀୟ ମୃତ୍ୟୁ ଘଟିଛି।ଉଭୟ ମହିଳା ଜଗନ୍ନାଥପୁର ସ୍କୁଲର ପାଚିକା ସହାୟିକା ଭାବେ କାର୍ଯ୍ୟ କରୁଥୁଲେ। ଜଣଙ୍କ ନାଁ ପାର୍ବତୀ ଗୌଡ଼ ହୋଇଥିବାବେଳେ ଅନ୍ୟଜଣଙ୍କ ନାଁ ଝୁନୁ ଗୌଡ ବୋଲି ଜଣାପଡ଼ିଛି। ଏ ନେଇ ଆରପିଏଫରେ ମାମଲା ରୁଜୁ ହେବାସହ ଶବ ବ୍ୟବଛେଦ ପାଇଁ ପଠାଯାଇଛି। ଏହି ଦୁଃଖଦ ଘଟଣା ସାରା ଚିକିଟି ବ୍ଲକରେ ଶୋକର ଛାୟା ଖେଳାଇଦେଇଛି।
Related Posts
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଭୁବନେଶ୍ୱର : ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ…
କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ଦୁର୍ଗାପଙ୍ଗା ପଞ୍ଚାୟତର ଦୁର୍ଗମ ଗାଁରେ ଝାଡ଼ାବାନ୍ତି ଆତଙ୍କ। ୪ ଦିନରେ ଜଣେ ଗର୍ଭବତୀ ମହିଳାଙ୍କ ସମେତ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ
କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ଦୁର୍ଗାପଙ୍ଗା ପଞ୍ଚାୟତର ଦୁର୍ଗମ ଗାଁରେ ଝାଡ଼ାବାନ୍ତି ଆତଙ୍କ। ୪ ଦିନରେ ଜଣେ ଗର୍ଭବତୀ ମହିଳାଙ୍କ ସମେତ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ…
ନୂଆପଡ଼ା ଜିଲ୍ଲାପାଳ ସମ୍ମିଳନୀ କକ୍ଷ ଠାରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ
*ନୂଆପଡ଼ା ଜିଲ୍ଲାପାଳ ସମ୍ମିଳନୀ କକ୍ଷ ଠାରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ* (ଓମ୍ ପ୍ରକାଶ ଚୌଧୁରୀ)ତା:୧୯.୦୬. ନୂଆପଡ଼ା ଜିଲ୍ଲାପାଳ ସମ୍ମିଳନୀ କକ୍ଷ ଠାରେ…