ଦୁଇ ଜଣ ମହିଳା ନକ୍ସଲଙ୍କ ମୃତ୍ୟୁ
ଭୁବନେଶ୍ୱର: ଓଡ଼ିଶାର ନୂଆପଡ଼ା ଜିଲ୍ଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ଓଡିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆପିଏଫ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଥିଲା। ଏହି ଅଭିଯାନରେ ଦୁଇ ଜଣ ମହିଳା ନକ୍ସଲଙ୍କ ମୃତ୍ୟୁ ଘଟିଥିବା ବେଳେ ଘଟଣାସ୍ଥଳରୁ ଅସ୍ତ୍ରଶସ୍ତ୍ର, ମାଓ ସାମଗ୍ରୀ ମଧ୍ୟ ଜବତ କରାଯାଇଛି। ଏହା ସହ ସମ୍ପୃକ୍ତ ଅଞ୍ଚଳରେ ପୋଲିସ ପକ୍ଷରୁ ବ୍ୟାପକ ତଲାସି ଅଭିଯାନ ଜାରି ରହିଛି। ଉଲ୍ଲେଖଯୋଗ୍ୟ ଯେ, ଗତ 19 ତାରିଖ ରାତିରୁ ଓଡିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର 5 କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ମିଳିଥିଲା। ସେହି ଅନୁଯାୟୀ, ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି ଏହି ସମ୍ମିଳିତ ଅଭିଯାନ ଆରମ୍ଭ କରିଛନ୍ତି। ଆଜି ସକାଳୁ ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି ରହିଥିଲା।