ଧନୁଯାତ୍ରା ଅବସର ରେ ନିଷ୍ଠା ପରିବାର ର ରକ୍ତ ଦାନ ଶିବିର ଚତୁର୍ଥ ଦିନ ରେ #୫୧ୟୁନିଟ ରକ୍ତ ସଂଗୃହୀତ ହୋଇଯାଇଛି।

ଧନୁଯାତ୍ରା ଅବସର ରେ ନିଷ୍ଠା ପରିବାର ର ରକ୍ତ ଦାନ ଶିବିର ଚତୁର୍ଥ ଦିନ ରେ #୫୧ୟୁନିଟ ରକ୍ତ ସଂଗୃହୀତ ହୋଇଯାଇଛି।

ବରଗଡ -( ଭବାନୀ ଶଙ୍କର ପାଢୀ) ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ଅବସର ରେ ଜର୍ଜ ହାଇସ୍କୁଲ ,ମିନା ବଜାର ପଡିଆ ଠାରେ ନିଷ୍ଠା ପରିବାର ତରଫ ରୁ ଚତୁର୍ଥ ଦିନ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ରେଡ ଡ୍ରପ ମାରାଥନ ଅନୁଷ୍ଠିତ ହୋଇଥିଲା।ଏହି ଶିବିର ରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ବେରିୟସ ଡୁଙ୍ଗ ଡୁଙ୍ଗ ସମ୍ବାନୀତ ଅତିଥି ଭାବରେ ଜିଲ୍ଲା ବାର ଆସୋସିଏସନ ର ସମ୍ପାଦକ ଶ୍ରୀ ଦ୍ଵିତିଶ ଆଚାର୍ଯ୍ୟ (କୁନା), ଟାଉନ ଥାନା ଅଧିକାରୀ ସତ୍ୟଜିତ କାଣ୍ଢେଲକର, ଶ୍ରୀ ପ୍ରଭାତ ଆଦିତ୍ୟ ମିଶ୍ର , ଆଥେଲେଟିକ ଆସୋସିଏସନ୍ ର ସଦସ୍ୟ ଅମିୟ ଚରଣ ସାହୁ ପ୍ରମୁଖ ଯୋଗ ଦେଇଥିଲେ।ଧନୁଯାତ୍ରା ଦେଖି ଆସିଥିବା ସମୟ ରେ ରକ୍ତ ଦେବା ପାଇଁ ଯୁବକ ଯୁବତୀ ଙ୍କ ମଧ୍ୟ ରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା। ବରଗଡ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୫୧ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଏହି ଶିବିର କୁ ନିଷ୍ଠା ପରିବାର ର ସମସ୍ତ ସଦସ୍ୟ ସଦସ୍ୟା ସୁପରିଚାଳନା କରିଥିଲେ। ରକ୍ତ ଦାତା ମାନଙ୍କୁ ନିଷ୍ଠା ପରିବାର ତରଫ ରୁ କୋଟି କୋଟି ପ୍ରଣାମ ଓ ହୃଦୟ ରୁ ଆନ୍ତରିକତାର ସହିତ ଧନ୍ୟବାଦ ଜ୍ଞାପନ କରୁଛୁ।

Leave a Reply

Your email address will not be published. Required fields are marked *