ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୨ ଜୁଲାଇ: ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା ଏବଂ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ପ୍ରସଙ୍ଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି।ନୂଆଦିଲ୍ଲୀସ୍ଥିତ ନିଜ ବାସଭବନରେ ଦଳର ପାଞ୍ଚଜଣ ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା ପରେ ଗଣମାଧ୍ୟମକୁ ସେ କହିଛନ୍ତି ଯେ, ଦିଲ୍ଲୀର ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରହିଛି। ଛାତ୍ରଛାତ୍ରୀଙ୍କ ଉପରେ ନିର୍ମମ ଆକ୍ରମଣ ହୋଇଥିବା ବେଳେ ଦଳର ସାଂସଦମାନେ ଆହତ ଛାତ୍ରଛାତ୍ରୀଙ୍କୁ ହସ୍ପିଟାଲରେ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି।ନବୀନ ପଟ୍ଟନାୟକ କହିଛନ୍ତି ଯେ, ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମଧ୍ୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଉଛି। ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି ସେ ମନେ କରନ୍ତି ଯେ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦେବା ଉଚିତ।