ନିଶା ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତ ଅନୁଷ୍ଠିତ ।
ଗଜପତି(ମନୋଜ ପାଢୀ/ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ଆଜି ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ,ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବକ୍ତୃତା, ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ପୂର୍ବାହ୍ନ ୧୦.ଘ.ସମୟରେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ପ୍ରତିଯୋଗିତାରେ ଗଜପତି ଜିଲ୍ଲାର ବ୍ଲକ ସ୍ତରୀୟ ବକ୍ତୃତା, ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇ ପ୍ରଥମ ସ୍ଥାନ ଅଧିକାର କରିଥିବା ୪୨ ଜଣ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ । ଏହି ପ୍ରତିଯୋଗିତାରେ ବକ୍ତୃତା, ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନରୁ କନିଷ୍ଠ ଓ ବରିଷ୍ଠ ବର୍ଗରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ମୋଟ ୧୮ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ନାୟକ ସମେତ ଶ୍ରୀମତୀ ଉତ୍ସର୍ଗୀତା ବଡରଇତ ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ପାରଳାଖେମୁଣ୍ଡି ପ୍ରମାଣ ପତ୍ର ସହ ପୁରସ୍କାର ପ୍ରଦାନ କରିଥିଲେ । ଶେଷରେ ଶ୍ରୀ ଶେଷଗିରି ବେହେରା, କନିଷ୍ଠ ସହାୟକ, ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି କରିଥିଲେ ।