*ନୀଳମଣି ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ସେବା ସଂକଳ୍ପ ଦିବସ ।
ଗଜପତି (ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ନାରାୟଣପୁରସ୍ଥିତ ନୀଳମଣି ଉଚ୍ଚ ବିଦ୍ୟାଳୟ ପରିସରରେ ୨୦୨୬ ମସିହାର ବ୍ଲକସ୍ତରୀୟ ‘ସେବା ସଂକଳ୍ପ ଦିବସ’ ଅବସରରେ ବକ୍ତୃତା, ବିତର୍କ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ବ୍ଳକ ଶିକ୍ଷା ଅଧିକାରୀ ଶ୍ରୀ ଟି. କିଶୋରଙ୍କ ପ୍ରେରଣାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏବିଇଓ ଶ୍ରୀ ଯୁଧିଷ୍ଠିର ବେହେରା ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଜୟନ୍ତୀ ଶବର ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ‘ବିକଶିତ ଭାରତ’ ବିଷୟରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।ପ୍ରତିଯୋଗିତାରେ ପ୍ରଥମରୁ ପଞ୍ଚମ, ଷଷ୍ଠରୁ ଅଷ୍ଟମ ଏବଂ ନବମରୁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନେ ବିଭିନ୍ନ ବିତର୍କ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ। ପ୍ରତ୍ୟେକ ବିଭାଗର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପ୍ରତ୍ୟେକ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଆଗାମୀ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଭାଗ ନେବାର କାର୍ଯ୍ୟକ୍ରମ ରହିଛି।ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ ସିଆରସିସିମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁରୂପେ ସମ୍ପନ୍ନ ହୋଇଥିଲା।ଶେଷରେ ବରିଷ୍ଠ ଶିକ୍ଷକ ଶ୍ରୀ ହରିନାଥ ପାତ୍ର ଉପସ୍ଥିତ ଅତିଥି, ଶିକ୍ଷକ-ଶିକ୍ଷୟିତ୍ରୀ, ସିଆରସିସି ଓ ଛାତ୍ରଛାତ୍ରୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
