ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ୫ ମୃତ, ୧୫ ଗୁରୁତର

ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ୫ ମୃତ, ୧୫ ଗୁରୁତର

ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ୫ ମୃତ, ୧୫ ଗୁରୁତର

ନୟାଗଡ଼ ଜିଲ୍ଲାର ଦଶପଲ୍ଲା ଥାନା ଅନ୍ତର୍ଗତ ଟାକେରା ଘାଟି ନିକଟରେ ଏକ ପର୍ଯ୍ୟଟକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ହରିଶଙ୍କର ଦର୍ଶନ ପାଇଁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲକୁ ଭର୍ତ୍ତି କରାଯାଇଛି।ପ୍ରାଥମିକ ତଥ୍ୟ ଅନୁଯାୟୀ, ଘାଟି ରାସ୍ତାରେ ବସ୍‌ ନିୟନ୍ତ୍ରଣ ହରାଇ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ପୋଲିସ ଓ ସ୍ଥାନୀୟ ଲୋକମାନେ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ।ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ବ୍ୟାପି ଯାଇଛି।