ପିକରଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ…
କନ୍ଧମାଳ :- ଟିକାବାଲି ବ୍ଲକ୍ ଅନ୍ତର୍ଗତ ପିକରଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ବର୍ଣ୍ଣାଢ଼୍ୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଟିକାବାଲି ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ଜଗନ୍ନାଥ ସାହାଣୀ , ମୁଖ୍ୟ ବକ୍ତା ରୂପେ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶ୍ରୀ ଆଶିଷ ଅଂଶୁମାନ ପାତ୍ରଙ୍କ ସମେତ ସରପଞ୍ଚ ଶ୍ରୀମତୀ ଶ୍ରୀମତୀ ରୁବି ପ୍ରଧାନ ପରିଚାଳନା ସମିତିର ଅଧ୍ୟକ୍ଷା ଶ୍ରୀମତୀ ଝରଣା ପ୍ରଧାନ ,ପିକରଡି ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ସୁନିଲ ମୋହିନୀ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୀପ୍ତ କୁମାର ନାୟକ , ସି. ଆର୍. ସି.ସି. ଶ୍ରୀ ବିଷ୍ଣୁ ପ୍ରାସାଦ ହୋତା ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦାନ କରି ଛାତ୍ର ଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ଇତ୍ୟବସରେ ଆମ ସଂସ୍କୃତି ଆମ ଖେଳନା ରେ ଶିକ୍ଷକ ଓ ଛାତ୍ର ଛାତ୍ରୀଙ୍କ ଦ୍ଵାରା ପ୍ରସ୍ତୁତ ଉପକରଣ ପ୍ରଦର୍ଶିତ ହୋଇଥିଲା। ଅତିଥି ମାନଙ୍କ ଦ୍ଵାରା କ୍ରୀଡା, ବିଜ୍ଞାନ,ଗଣିତ ତଥା ବିଭିନ୍ନ ପ୍ରତିଯୋଗିତାରେ ସଫଳତା ଅର୍ଜନ କରିଥିବା ଛାତ୍ର ଛାତ୍ରୀଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହାପରେ ଛାତ୍ର ଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରାଯାଇଥିଲା। ଶିକ୍ଷକ ଶ୍ରୀ ଅନିଲ ଅଚାରୀ ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁନିତା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ପରିଚାଳନା କମିଟିର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।
