ପ୍ରଦେଶ କଂଗ୍ରେସ କମିଟି ନିର୍ଦ୍ଧେଶ କ୍ରମେ ଜିଲ୍ଲା କଂଗ୍ରେସ କମିଟି ପକ୍ଷ ରୁ ଆଠ ମାସ ରେ ନାରୀ ନିର୍ଯ୍ୟାତନା ବିରୁଦ୍ଧରେ ଜିଲ୍ଲାପାଳ କାର୍ଯ୍ୟଳୟ ଘେରାଉ,
ନୂଆପଡା ତା:୧୦.୦୨. ଓମ ପ୍ରକାଶ ଚୌଧୁରୀ ନୂଆପଡ଼ା ଜିଲ୍ଲା ସଦର ମହକୁମା ଠାରେ ପ୍ରଦେଶ କଂଗ୍ରେସ କମିଟି ନିର୍ଦ୍ଧେଶ କ୍ରମେ ଜିଲ୍ଲା କଂଗ୍ରେସ କମିଟି ପକ୍ଷ ରୁ ଆଠ ମାସ ରେ ୫୪ ଗୋଟି ନାରୀ ନିର୍ଯ୍ୟାତନା ମାମଲା ବିରୁଦ୍ଧରେ ଜିଲ୍ଲାପାଳ କାର୍ଯ୍ୟଳୟ ଘେରାଉ କରିଛନ୍ତି। ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଯାଇଥିବା ବେଳେ ସରକାର ନାଗରିକଙ୍କୁ ସୁରକ୍ଷା ଦେବା ରେ ବିଫଳ ହୋଇଥିବା ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି ଉପଲକ୍ଷେ ଏକ ବିଶାଳ ଶୋଭାଯାତ୍ରା ନୂଆପଡ଼ା ନଗର ପରିକ୍ରମା କରିଥିବା ବେଳେ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖ ରେ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଅଛି। ନାରୀ ନିର୍ଯ୍ୟାତନା ବନ୍ଦ ନେଇ ମୁଖ୍ୟମନ୍ତ୍ରୀ ଙ୍କୁ ପ୍ରଶ୍ନ କରିଛନ୍ତି। ଓଡ଼ିଶା ରାଜ୍ୟପାଳ ଙ୍କ ଉଦ୍ଧେଶ୍ୟ ରେ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଦାବୀ ପତ୍ର ପ୍ରଦାନ କରିଛନ୍ତି। ଜିଲ୍ଲା କଂଗ୍ରେସ କମିଟି ସଭାପତି ସୁରେଶ ଆଜାଦ, ଘାସିରାମ ମାଝୀ, କମଲ ଚରଣ ତାଣ୍ଡି, ଫକୀର ମୋହନ ଜଗତ, ଭୀଷ୍ମ ସୁନାନୀ, ଶାହରୁକ୍ ଖାନ, ପ୍ରବୀଣ ପଟ୍ଟନାୟକ, ପାସା ମହାନ୍ଦନ ଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ଯୋଗ ଦେଇଥିଲେ।