ଫେବୃୟାରୀ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Related Posts
ବିଜେପିରେ ମିଶିଲେ ନିମାପଡ଼ା ବିଧାୟକ ସମୀର ଦାଶ
ଭୁବନେଶ୍ୱର: (Abhishek Mohanty) ବିଜେପିରେ ମିଶିଲେ ନିମାପଡ଼ା ବିଧାୟକ ସମୀର ଦାଶ!ବିଜେଡି ଛାଡ଼ି ବିଜେପିରେ ମିଶିଲେ ସମୀର ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି ନିମାପଡ଼ା ବିଧାୟକ…
ବୀର ସୁରେନ୍ଦ୍ର ସାଏ ଉଚ୍ଚ ବିଦ୍ୟାଳୟରେ ଚୋରି ହୋଇଥିବା ନେଇ ବରଗଡ଼ ଟାଉନ ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ ।
ବରଗଡ଼ ସହର ଉପକଣ୍ଠ ବରଡୋଲ ବୀର ସୁରେନ୍ଦ୍ର ସାଏ ଉଚ୍ଚ ବିଦ୍ୟାଳୟରେ ଚୋରି ହୋଇଥିବା ନେଇ ବରଗଡ଼ ଟାଉନ ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି ପ୍ରଧାନ…
ବୟନିକା’ ପକ୍ଷରୁ ନିକଟରେ ରାଜଧାନୀ ଭୁବନେଶ୍ୱର ଏବଂ ରେଶମ ସହର ବ୍ରହ୍ମପୁରରେ ଦୁଇଟି ନୂଆ ମେଗା ସୋ’ରୁମ୍ ଖୋଲାଯାଇଛି
ଭୁବନେଶ୍ୱର ବିମାନବନ୍ଦର ଓ ବ୍ରହ୍ମପୁର ସୋ’ରୁମରେ ଜମୁଛି ଭିଡ଼ ଭୁବନେଶ୍ୱର: ଓଡ଼ିଶାର ଅନନ୍ୟ ହସ୍ତତନ୍ତ ଶାଢ଼ି, କପଡ଼ା ଓ ପୋଷାକର ବିଶେଷ ଚାହିଦା ରହିଛି । ଏହାକୁ…