ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୂର୍ତ୍ତିକା’-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ।ଭୁବନେଶ୍ୱର:-ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ତରଫରୁ ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ଆରମ୍ଭ ହୋଇଛି । ଶନିବାର ସନ୍ଧ୍ୟା ରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ସଚିବ ଅରବିନ୍ଦ ପାଢ଼ୀ ଏହି ପ୍ରଦର୍ଶନୀକୁ ସ୍ଥାନୀୟ ଇଡ଼୍କୋ ପ୍ରଦର୍ଶନୀ ପଡ଼ିଆରେ ଉଦ୍ଘାଟନ କରିଛନ୍ତି । ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନେ ନିଜ ନିଜ ର ନୃତ୍ୟ ପରିବେଷଣ କରିଥିଲେ। କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ ରେ ଝୁମିଥିଲେ ଦର୍ଶକ।ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁ ଶ୍ରୀମତି ପୁଷ୍ପିତା ମିଶ୍ର ଓ ଅନୁଷ୍ଠାନ ର ଅଧ୍ୟକ୍ଷା ଗୁରୁ ମିତା ଦାସ ଙ୍କ ନିର୍ଦ୍ଦେଶନା ରେ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟ ଅନୁଷ୍ଠାନ ର ନୃତ୍ୟାଙ୍ଗନା ମନେ ନିଜ ନିଜ ନୃତ୍ୟ ପରିବେଷଣ କରି ଦର୍ଶକ ମାନଙ୍କ ମନ ମୋହି ଥିଲେ।ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, ଢ଼େଙ୍କାନାଳ, ମୟୁରଭଞ୍ଜ, ଜଗତସିଂହପୁର, ଭଦ୍ରକ, କଟକ,ନବରଙ୍ଗପୁର, ସମ୍ବଲପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ମାଲକାନଗିରି ଓ କୋରାପୁଟ ପ୍ରମୁଖ ଅନ୍ତର୍ଭୁକ୍ତ। ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ।
Related Posts

ପ୍ରାଣୀ ମେଳରେ ହୃଦୟ ସ୍ବର୍ଷି ଲୋକନୃତ୍ୟ ପରିବେଷଣ କଲେ କଳାକାର
ପ୍ରାଣୀ ମେଳରେ ହୃଦୟ ସ୍ବର୍ଷି ଲୋକନୃତ୍ୟ ପରିବେଷଣ କଲେ କଳାକାର …………………………………. କନ୍ଧମାଳ 🙁 ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଫୁଲବାଣୀ କରେନେସନ ପଡ଼ିଆ ପ୍ରାଙ୍ଗଣରେ…

ଭେଡେନ ଠାରେ ଜୁନିଅର ରେଡକ୍ରସ କାଉନସିଲ କଂ ଏକଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।
ଭେଡେନ ଠାରେ ଜୁନିଅର ରେଡକ୍ରସ କାଉନସିଲ କଂ ଏକଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ବରଗଡ ୩୧,୧୦(ଭବାନୀ ଶଙ୍କର ପାଢ଼ୀ) ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ସରକାରୀ…

NationalPressDay2024
ଜିଲ୍ଲା ପ୍ରଶାସନ,କୋରାପୁଟ ପକ୍ଷରୁ ଦକ୍ଷତା ବିକାଶ ତାଲିମ କେନ୍ଦ୍ରଠାରେ ‘ ଗଣମାଧ୍ୟମର ପରିବର୍ତ୍ତନଶୀଳ ସ୍ୱରୂପ ‘ ଶୀର୍ଷକ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ -୨୦୨୪ ପାଳିତ…