ବିଧାନସଭାରେ ନୂତନ ବାଚସ୍ପତି ହେଲେ
ସୁରମା ପାଢୀ; ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ ଭୁବନେଶ୍ୱର: ଚଳିତ ସପ୍ତଦଶ ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ସୁରମା ପାଢୀ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ ଯେ, ଆପଣ ଆଜି ଏହି ଦାୟିତ୍ଵ ଗ୍ରହଣ କରିବା ପରେ ମୁଁ ନିଶ୍ଚିତ ଭାବରେ ଆଶା କରୁଛି ଯେ, ଆପଣ ଏ ପବିତ୍ର ଗୃହର ଗର୍ବ, ଗରିମା ଓ ପଦମର୍ଯ୍ୟାଦା ରକ୍ଷାକରିବା ସହିତ ନିରପେକ୍ଷତା ଅବଲମ୍ବନ କରି ଏ ଗୃହକୁ ସଠିକ୍ ଭାବରେ ପରିଚାଳନା କରିପାରିବେ । ଆମ୍ଭେମାନେ ସମସ୍ତେ ଓଡିଶାବାସୀଙ୍କ ପାଇଁ ନିଷ୍ଠାପର ଭାବେ ସେବା କରିବା ପାଇଁ ଦୃଢ ସଂକଳ୍ପବଦ୍ଧ ବୋଲି କହିଛନ୍ତି ମାଝୀ।