ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଝାମି ଜୋନ୍ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ।

ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଝାମି ଜୋନ୍ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ।

*ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଝାମି ଜୋନ୍ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ।

ଗଜପତି (ମନୋଜ ପାଢ଼ୀ) :- ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସଦରମହକୁମା ସନ୍ନିକଟ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଝାମି ଜୋନ୍ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ୨୦୨୬-୨୭ ଉତ୍ସାହ ଓ ଉଦ୍ଦୀପନାର ସହିତ ଅନୁଷ୍ଠିତ ହୋଇଯାଇଛି। ଝାମି ସରକାରୀ ଉଚ୍ଚ ବିଦ୍ୟାଳୟ ଦ୍ଵାରା ଆୟୋଜିତ ଏହି କ୍ରୀଡ଼ା ଉତ୍ସବରେ ଝାମି ଜୋନ୍ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।ଉଦ୍‌ଘାଟନୀ ଉତ୍ସବରେ ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକ ତ୍ରିରଙ୍ଗା ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ଝାମି ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପ୍ରମୋଦିନୀ ପାଇକ କ୍ରୀଡା ପ୍ରତିଯୋଗିତା ସମ୍ପର୍କରେ ଉଦବୋଧନ ଦେଇଥିଲେ। ଏତଦବ୍ୟତୀତ ବିଭିନ୍ନ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଯଥା ଶ୍ରୀ ରଞ୍ଜିତ କୁମାର ଶବର, ଶ୍ରୀ ଶ୍ରୀନିବାସ ରାଓ, ଶ୍ରୀ ଶିବରାମ ଭୂୟାଁ, ଶ୍ରୀ ଆର. ସନ୍ମୁଖା ରାଓ, ଶ୍ରୀ ଜେ.. ଜିତେନ୍ଦ୍ର ପ୍ରସାଦ, ଶ୍ରୀମତୀ ଭକ୍ତିଲତା ରାଉତ ପ୍ରମୁଖ, ଅଭିଭାବକ ଓ କ୍ରୀଡ଼ାପ୍ରେମୀମାନେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। କ୍ରୀଡ଼ା ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ କ୍ରୀଡ଼ା କ୍ଷେତ୍ରରେ ନିଜର ପ୍ରତିଭା, ଦକ୍ଷତା, ଶୃଙ୍ଖଳା ମନୋଭାବର ପରିଚୟ ଦେଇଥିଲେ।ପ୍ରତିଯୋଗିତା ସମୟରେ ଖେଳାଳିମାନଙ୍କ ମଧ୍ୟରେ ଉତ୍ସାହ ଓ ସୁସ୍ଥ ପ୍ରତିଦ୍ୱନ୍ଦ୍ୱିତାର ଭାବ ପରିଲକ୍ଷିତ ହୋଇଥିଲା। ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କର୍ମକର୍ତ୍ତାଙ୍କ ସହଯୋଗରେ ଆୟୋଜକ ଝାମି ସରକାରୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ପ୍ରତିଯୋଗିତାଗୁଡ଼ିକର ସୁଚାରୁ ପରିଚାଳନା ଓ ଶୃଙ୍ଖଳା ରକ୍ଷା ପାଇଁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମ ଉତ୍ସାହପୂର୍ଣ୍ଣ ଓ ଶୃଙ୍ଖଳିତ ପରିବେଶରେ ସଫଳତାର ସହ ସମ୍ପନ୍ନ ହୋଇଥିଲା।