ଭାରତ ଗସ୍ତରେ ଆସୁଛନ୍ତି ରୁଷ ରାଷ୍ଟ୍ରପତି ପୁଟିନ୍; ଡିସେମ୍ବର ୪-୫ରେ ୨୩ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀ
ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣରେ ଡିସେମ୍ବର ୪ ଏବଂ ୫ ରେ ଭାରତ ଗସ୍ତରେ ଆସିବେ। ସେ ୨୩ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗଦେବେ। ଗସ୍ତ ସମୟରେ ପୁଟିନ୍-ମୋଦୀ ସାକ୍ଷାତ କରିବେ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ସମ୍ମାନରେ ଭୋଜ ଆୟୋଜନ କରିବେ।

