ଭୁବନେଶ୍ବରରେ ସୁଭଦ୍ରା ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବରରେ ସୁଭଦ୍ରା ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ଆଜି ଭୁବନେଶ୍ୱର ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ମହିଳାଙ୍କ ଖାତାକୁ ଗଲା ପ୍ରଥମ କିସ୍ତି ସୁଭଦ୍ରା ଟଙ୍କା।ନିଜ ଅଭିଭାଷଣରେ ପ୍ରଧାନମନ୍ତ୍ରୀ କହିଲେ ଯେ ନିର୍ବାଚନ ପୂର୍ବରୁ ଓଡ଼ିଶାବାସୀଙ୍କୁ ଯାହା ପ୍ରତିଶ୍ରୁତି ଦେଇଥିଲୁ ପୁରଣ କରୁଛୁ। ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରି ଦ୍ବାର ଖୋଲାଯାଇଛି।ଓଡ଼ିଶାର ମହିଳାଙ୍କ ଉନ୍ନତି ପାଇଁ ଆମେ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛୁ। ସଭଦ୍ରା ଯୋଜନାରେ ଏକ କୋଟିରୁ ଅଧିକ ମହିଳା ଉପକୃତ ହେବେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି ଯେ ସୁଭଦ୍ରା ଏକ ପ୍ରଗତିଶୀଳ ଯୋଜନା। ରାଜ୍ୟର ୭୪ ଲକ୍ଷ ମହିଳା ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି।ଗାଡ଼କଣରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଘର ଚାବି ପ୍ରଦାନ କଲେ ମୋଦି।ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ।

Leave a Reply

Your email address will not be published. Required fields are marked *