ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ରକ୍ତଦାନ ଶିବିର ୩୧ୟୁନିଟ ରକ୍ତ ସଂଗୃହୀତ

ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ରକ୍ତଦାନ ଶିବିର ୩୧ୟୁନିଟ ରକ୍ତ ସଂଗୃହୀତ

ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ରକ୍ତଦାନ ଶିବିର ୩୧ୟୁନିଟ ରକ୍ତ ସଂଗୃହୀତ……ବରଗଡ – (ଭବାନୀ ଶଙ୍କର ପାଢ଼ୀ) ତା-୨୨-୦୩-୨୦୨୬ରିଖ (ରବି ବାର)ବରଗଡ଼ ଜିଲ୍ଳା ଭଟଲି ବ୍ଲକ ଅନ୍ତର୍ଗତ ଗୋପାଲ ପୁର ଠାରେ ମା ସମଲେଶ୍ୱରୀ ମନ୍ଦିର ଓ ଶିବ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ପାଳନ ଅବସରରେ ମନ୍ଦିର ପ୍ରତିଷ୍ଠା କମିଟି ଓ ନିଷ୍ଠା ପରିବାର ର ମିଳିତ ଆନୁକୁଲ୍ୟରେ ଏକ ସ୍ବେଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର କୁ ନିଷ୍ଠା ପରିବାର ର ଉପଦେଷ୍ଟା ରାମ ନିବାସ ଅଗ୍ରୱାଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫିତା କାଟି ଆନୁଷ୍ଠାନିକ ଭାବରେ ଶୁଭାରମ୍ଭ କରିଥିଲେ। ମନ୍ଦିର ଦର୍ଶନ କରିବା ପାଇଁ ଆସୁଥିବା ଶ୍ରଦ୍ଧାଳୁ ମାନେ ବେଶ୍ ଖୁସି ମନ ରେ ରକ୍ତ ଦାନ କରିଥିଲେ। ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୩୧ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ସମସ୍ତ ରକ୍ତ ଦାତା, ସହଯୋଗୀ ,ଶୁଭେଚ୍ଛୁ ବିଶେଷ କରି ମନ୍ଦିର ପ୍ରତିଷ୍ଠା କମିଟି କୁ ଆମ ନିଷ୍ଠା ପରିବାର ତରଫ ରୁ ବହୁତ ବହୁତ ଧନ୍ୟବାଦ ଓ କୃତଜ୍ଞତା। ଉପରୋକ୍ତ ଶିବିର କୁ ନିଷ୍ଠା ପରିବାର ର ସମସ୍ତ ସଦସ୍ୟ ସଦସ୍ୟା ମାନେ ସୁପରିଚାଳନା କରିଥିଲେ।