ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚବିଦ୍ୟାଳୟରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାସ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ ।ଆର,ଉଦୟଗିରି(ମନୋଜ କୁମାର ପାଢୀ) ତା 23/01/2025 ରିଖ ଗୁରୁବାର ଦିନ ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚବିଦ୍ୟାଳୟ ପରିସରରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ବୋଷଙ୍କ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି | ଏ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀବୃନ୍ଦ ଓ ଛାତ୍ର ଛାତ୍ରୀ ବୃନ୍ଦ ଉପସ୍ଥିତ ଥିଲେ | ଛାତ୍ର ଛାତ୍ରୀ ମାନେ ଉଭୟ ବୀର ଯୋଦ୍ଧାଙ୍କ ବିଷୟରେ ସାରଗର୍ଭକ ଭାଷଣ ପ୍ରଦାନ କରିଥିଲେ | ଏହି ବୀର ମହାପୁରୁଷମାନଙ୍କ ପ୍ରେରଣାରେ ଅନୁପ୍ରାଣିତ ହେବା ପାଇଁ ଶିକ୍ଷକ ବୃନ୍ଦ ପରାମର୍ଶ ଦେଇଥିଲେ | କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ଶ୍ରୀ ଲୋକନାଥ ନାହାକ ସଭାପତିତ୍ୱ କରିଥିବା ବେଳେ ରାଜ୍ୟ ପୁରସ୍କୃତ ଶିକ୍ଷକ ଶ୍ରୀ ସୁବାସ ଚନ୍ଦ୍ର ସାହୁ ସଂଯୋଜନା କରିଥିଲେ |
ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚବିଦ୍ୟାଳୟରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାସ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ ।
