ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚ ବିଦ୍ୟାଳୟ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚ ବିଦ୍ୟାଳୟ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆର,ଉଦୟଗିରି(ମନୋଜ କୁମାର ପାଢୀ) ତା 19/02/25 ରିଖ ବୁଧବାର ଦିନ ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚ ବିଦ୍ୟାଳୟ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀ ମାନଙ୍କର ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ଏ ଅବସରରେ ଛେଳିଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ବନମାଳୀ ବଡରଇତ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ | ଆଗାମୀ ଦଶମ ଶ୍ରେଣୀ ପରୀକ୍ଷାରେ ଭଲ ଫଳ ପ୍ରଦର୍ଶନ କରିବା ପାଇଁ ଅତିଥିବୃନ୍ଦ ପରାମର୍ଶ ଦେବା ସହ ପରୀକ୍ଷା ଟିପ୍ସ ପ୍ରଦାନ କରିଥିଲେ | ଶେଷରେ ହିନ୍ଦୀ ଶିକ୍ଷକ ଶ୍ରୀ ସୁବାସ ଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *