ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାପ୍ତାହିକ, ପାକ୍ଷିକ ଓ ମାସିକ ସମ୍ବାଦପତ୍ରର ସମ୍ପାଦକମାନେ
ଭୁବନେଶ୍ୱର : ଆଜି ଓଡିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବିଭିନ୍ନ ସାପ୍ତାହିକ, ପାକ୍ଷିକ ଓ ମାସିକ ସମ୍ବାଦପତ୍ରର ସମ୍ପାଦକମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁଭେଚ୍ଛା ଜଣାଇବା ସହିତ ରାଜ୍ୟ ବାସୀଙ୍କ ପାଇଁ ଭଲ ବଜେଟ୍ ଉପସ୍ଥାପନ କରିଥିବାରୁ ଅଭିନନ୍ଦନ ଜଣାଇଥଲେ ।ସାମ୍ବାଦିକ ମାନଙ୍କ ବିଭିନ୍ନ ପ୍ରସଙ୍ଗ ଉପରେ ସେମାନେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ।ବିଶେଷ କରି, ସାପ୍ତାହିକ, ପାକ୍ଷିକ ଓ ମାସିକ ସମ୍ବାଦପତ୍ର ଗୁଡିକୁ ବିଜ୍ଞାପନ ଓ ସ୍ୱାସ୍ଥ୍ୟ ବୀମା ସମ୍ପର୍କିତ ବିଷୟ ଉପରେ ଆଲୋଚନା କରିଥିଲେ ।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ସମସ୍ୟା ସମ୍ପର୍କରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ।ଏହି ପ୍ରତିନିଧି ଦଳରେ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ କୁମାର ମହାନ୍ତି,ଦେବକାନ୍ତ ମହାପାତ୍ର, ଅଜୟ କୁମାର ଦାସ, ଅଶୋକ କୁମାର ସାହୁ , ମାଧବାନନ୍ଦ ବେହୁରା ପ୍ରମୁଖ ସାମିଲ ଥିଲେ।