ମୁହାଣ ଖୋଳା କୁ ନେଇ ଗୋଷ୍ଠୀ ସଂଘର୍ଷ,୭ ଆହତ ୪୦ ଗିରଫ

ମୁହାଣ ଖୋଳା କୁ ନେଇ ଗୋଷ୍ଠୀ ସଂଘର୍ଷ,୭ ଆହତ ୪୦ ଗିରଫ, ଘଟଣାସ୍ଥଳରେ ବ୍ରହ୍ମପୁର ଏସ୍ ପି ଙ୍କ ଅନୁଧ୍ୟାନ।ଗୋଳନ୍ଥରା ଥାନା ଅର୍ନ୍ତଗତ ରାମେୟାପାଟଣା ଗ୍ରାମର ଲୋକେ ଚିଲିକା ତଟରେ ଏକ ମୁହାଣ ଖୋଳୁଥିବା ବେଳେ ନିକଟସ୍ଥ କୁତୁରୁ ଗ୍ରାମର ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ଆପତ୍ତି ଜଣାଇ ନାରେବାଜି ଦେବା ସହ ସଂଘବଦ୍ଧ ହୋଇ ଆକ୍ରମଣ କରିଥିଲେ। ଯାହା ଫଳରେ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଘଟିଥିବା ସଂଘର୍ଷ ରେ ଜୟରାମ ବେହେରା,ଶିବରାମ ବେହେରା, ସାବିତ୍ରୀ ବେହେରା, ଟଙ୍କଧର ବେହେରା, ଦୁର୍ଯ୍ୟୋଧନ ବେହେରା, ଭାନୁମତୀ ବେହେରା ଓ ପାର୍ବତୀ ବେହେରା ପ୍ରମୁଖ ୭ ଜଣ ଆହତ ହୋଇଥିବା ଜଣାପଡିଛି। ଖବର ପାଇ ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ, ବ୍ରହ୍ମପୁର ସଦର ଏସ୍ ଡି ପି ଓ ସୀତାଂଶୁ ଶେଖର ପରିଡ଼ା ଘଟଣାସ୍ଥଳରେ ପହଞ୍ଚି ଉଭୟ ପକ୍ଷଙ୍କୁ ବୁଝାଇବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ଯାହା ଫଳରେ ଘଟଣାସ୍ଥଳରେ ୧୬୩ ଧାରା ଜାରି ହୋଇଛି ଓ ଉଭୟ ଗୋଷ୍ଠୀଙ୍କ ୪୦ ଜଣଙ୍କ ନାଁରେ ମକଦ୍ଦମା ରୁଜୁ ହୋଇ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି।ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ,,

Leave a Reply

Your email address will not be published. Required fields are marked *