ଲସ୍ତଲା ଗ୍ରାମ ଠାରେ ଗିରି ଗୋବର୍ଦ୍ଧନ ପୂଜା ଅବସରରେ ରକ୍ତଦାନ ଶିବିରରେ ବରଗଡ ରକ୍ତଭଣ୍ଡାର ୩୨ୟୁନିଟ ରକ୍ତ ସଂଗ୍ରହ କରିଥିଲେ। ବରଗଡ ୧,୧୧–(ଭବାନୀ ଶଙ୍କର ପାଢ଼ୀ) ବରଗଡ଼ ଜିଲ୍ଲା ଅତାବିରା ଅନ୍ତର୍ଗତ ଲସ୍ତଲା ଗ୍ରାମ ରେ ଗିରି ଗୋବର୍ଦ୍ଧନ ପୂଜା ଅବସରରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଆୟୋଜନ କରାଯାଇ ଥିଲା। ଏହି ଶିବିର ରେ ମୁଖ୍ୟ ଅତିଥି ଭାବରେ ଅତାବିରା ବିଧାୟକ ଶ୍ରୀଯୁକ୍ତ ନିହାର ରଞ୍ଜନ ମହାନନ୍ଦ, ଭାରତୀୟ ଜନତା ପାର୍ଟି ର ବରଗଡ ଜିଲ୍ଲା ସଭାପତି ଡଃ ଅରୂପାନଂଦ ସାହୁ ଯୋଗ ଦେଇ ଫିତା କାଟି ଶିବିର କୁ ଶୁଭାରମ୍ଭ କରିଥିଲେ। ଏହି ଶିବିର ରୁ ତିନି ଜଣ ମହିଳା ଓ ୨୯ଜଣ ପୁରୁଷ ରକ୍ତଦାତା ଙ୍କ ସମେତ ସର୍ବମୋଟ ୩୨ୟୁନିଟ ରକ୍ତ ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସଂଗୃହୀତ ହୋଇଥିଲା ।ପରିଶେଷରେ ରକ୍ତଦାନ ଶିବିର ଆୟୋଜନ ପାଇଁ ଲସ୍ତଲା ଗ୍ରାମ୍ୟ ଉନ୍ନୟନ କମିଟି ର ସଭାପତି ଖିରେଶ୍ୱର ପଧାନ ଓ ଗ୍ରାମବାସୀ ଙ୍କୁ ନିଷ୍ଠା ପରିବାର ତରଫ ରୁ ଏକ ସ୍ମୃତି ଫଳକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଶିବିର କୁ ସୁମନ୍ତ ନାୟକ, ରାଜେନ୍ଦ୍ର ମହାକୁଡ, ଦୀପକ ପଧାନ, ଲସ୍ତଲା ଗ୍ରାମବାସୀ ଓ ନିଷ୍ଠା ପରିବାର ର ଉପଦେଷ୍ଟା ଶ୍ରୀଯୁକ୍ତ ଅଶ୍ୱିନୀ ତ୍ରିପାଠୀ,କୋଷାଧ୍ୟକ୍ଷ ଶ୍ୟାମ ସୁନ୍ଦର ସାହୁ, ଚିତ୍ର ପ୍ରଧାନ, ସଙ୍କେତ ଆଠଘରା, ଖଗେଶ୍ବର ସାହୁ, ହେମାଞ୍ଚଲ ସାହୁ ନିଷ୍ଠା ପରିବାର ର ସଦସ୍ୟ ପ୍ରମୁଖ ପରିଚାଳନା କରିଥଲେ। ସମସ୍ତ ରକ୍ତଦାତା, ସହଯୋଗୀ ଓ ଶୁଭେଚ୍ଛୁ ମାନଙ୍କୁ ନିଷ୍ଠା ପରିବାର ତରଫ ରୁ ଧନ୍ୟବାଦ ଅର୍ପଣ କରାଯାଇଥିଲା।
Related Posts
ପିକରଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ଆୟୋଜିତ
ପିକରଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ଆୟୋଜିତ କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ )ଟିକାବାଲି ବ୍ଲକ ର ଗସାଗୁଡା କ୍ଲଷ୍ଟରର ଆଞ୍ଚଳିକ…
ଗୋଷାଣୀ ବ୍ଲକର ବିଭିନ୍ନ ସ୍କୁଲରେ ଗୁରାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ-କେନ୍ଦ୍ର ପକ୍ଷରୁ ଯୁବ ସମାଜ ପାଇଁ ତମାଖୁ ମୁକ୍ତ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ।
ଗୋଷାଣୀ ବ୍ଲକର ବିଭିନ୍ନ ସ୍କୁଲରେ ଗୁରାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ-କେନ୍ଦ୍ର ପକ୍ଷରୁ ଯୁବ ସମାଜ ପାଇଁ ତମାଖୁ ମୁକ୍ତ ସଚେତନତା ଅଭିଯାନ କାର୍ଯ୍ୟକ୍ରମ । ଗଜପତି(ମନୋଜ ପାଢୀ/ ଗଜପତି…
ପାରଳାରେ ଡ୍ରେନେଜ୍ ସମସ୍ୟା ନେଇ ପୂର୍ଭ ବିଭାଗ କାର୍ଯ୍ୟାଳୟ ଘେରାଉ
ପାରଳାରେ ଡ୍ରେନେଜ୍ ସମସ୍ୟା ନେଇ ପୂର୍ଭ ବିଭାଗ କାର୍ଯ୍ୟାଳୟ ଘେରାଉ ଗଜପତି-: (୧୩/୭/୨୦୨୪):ପାରଳାଖେମୁଣ୍ଡି ସହରର ଡ୍ରେନେଜ୍ ବ୍ୟବସ୍ଥାର ସ୍ଥାୟୀ ସମାଧାନ ଦାବି କରି ହେବା ସହ ଆଇନଜୀବୀ…