ଶଙ୍କରାଖୋଲ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନ୍ଦେ ମାତରମ ସାମୁହିକ ଗାନ….
କନ୍ଧମାଳ:- ତା ୧୨.୦୧.୨୦୨୬ ରିଖ ; ଶଙ୍କରାଖୋଲଠାରେ ଅବସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ବନ୍ଦେ ମାତରମ ସାମୁହିକ ଗାନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଛି । ଏହି ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷ ଡଃ ସନ୍ତୋଷ କୁମାର ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ ସ୍ଥାନୀୟ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ଜାନକୀ ପ୍ରଧାନ ।ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ ଲାଇନପଡା ମହାବିଦ୍ୟାଳୟର ଅଧ୍ୟାପକ ଶ୍ରୀ ସନ୍ତୋଷ କୁମାର ତ୍ରିପାଠୀ । ସମ୍ମାନିତ ଅତିଥିମାନଙ୍କ ମଧ୍ୟରେ ଥିଲେ ଚକାପାଦ ବ୍ଲକର WEO ଆୟୁଶା ପ୍ରଧାନ , BSSO ଦୀପକ ମଲ୍ଲିକ , PEO ଦୈତାରୀ ପ୍ରଧାନ, ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମମତା ବେହେରା , ସଂଗୀତ ବିଶେଷଜ୍ଞ ଅସିତ ନନ୍ଦ ।
ଉକ୍ତ କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ, ସକକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ, ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ସମେତ ଶିକ୍ଷକ ଏବଂ ଶିକ୍ଷୟତ୍ରୀ ଏକ ସ୍ଵରରେ ବନ୍ଦେ ମାତରମ ଗାନ କରିଥିଲେ ଏବଂ ଆତ୍ମନିର୍ଭର ଭାରତ ଉପରେ ସ୍ଵଦେଶୀ ସଂକଳ୍ପ ପାଠ କରିଥିଲେ ।ଶେଷରେ ଅତିଥିଙ୍କ ପରିଚୟ ପ୍ରଦାନ ଓ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପକ ରାମକୃଷ୍ଣ ମହାନ୍ତି ।
