ସଂକୁଳ ସ୍ତରୀୟ ପ୍ରଧାନ ଆଚାର୍ଯ୍ୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ସଂକୁଳ ସ୍ତରୀୟ ପ୍ରଧାନ ଆଚାର୍ଯ୍ୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ସଂକୁଳ ସ୍ତରୀୟ ପ୍ରଧାନ ଆଚାର୍ଯ୍ୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ବରଗଡ (ଭବାନୀ ଶଙ୍କର ପାଢ଼ୀ) ବରଗଡ଼ ଜିଲ୍ଲା ଭେଡେନ ବ୍ଳକ୍ ଅନ୍ତର୍ଗତ ପପଙ୍ଗା କଲୋନୀ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଭେଡେନ ସଂକୁଳ ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମାନଙ୍କୁ ନେଇ ପ୍ରାନ୍ତ ପୂର୍ବ ଛାତ୍ର ସଂଯୋଜକ ଶ୍ରୀଯୁକ୍ତ ଦେବେନ୍ଦ୍ର କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ସଂକୁଳ ପ୍ରମୁଖ ଶ୍ରୀଯୁକ୍ତ ଅଶ୍ବିନୀ କୁମାର ଦାଶ ଦୀପ ପ୍ରଜ୍ଜଳନ ପୂର୍ବକ ସମସ୍ତଙ୍କର ଶୁଭ କାମନା କରିଥିଲେ। ଏ ଅବସରରେ ଗତ ପୂର୍ବ ବୈଠକର ବିବରଣୀ ପଠନ ଓ ଆଗାମୀ ମାସର ଯୋଜନା ବିଷୟରେ ଆଲୋଚନା କରାଯାଇଥିଲା।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଶଙ୍କର୍ଷଣ ମିଶ୍ର ଅତିଥି ଅଧିକାରୀଙ୍କର ପରିଚୟ ପ୍ରଦାନ କରିଥିଲେ।ପରିଚାଳନା ସମିତିର ସଂପାଦକ ଶ୍ରୀଯୁକ୍ତ ଉମାକାନ୍ତ ମେଣ୍ଡଲୀ ଓ କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଆଶିଷ କୁମାର ବେହେରା ମଞ୍ଚାସୀନ ଥିଲେ।କାର୍ଯ୍ୟକ୍ରମକୁ ଶ୍ରୀଯୁକ୍ତ ଅଶୋକ କୁମାର ଧର ପରିଚାଳନା କରିଥିଲେ। ପରିଶେଷରେ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ।