ସବଡେଗା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼, ୨୦/୦୧/୨୫: ଆଜି ସବଡେଗା ବ୍ଲକ ପରିସର ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଆଦି ର ଶୁଣାଣି କରିଥିଲେ।
ଆଜି ମୋଟ ୧୦୬ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୪୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୬୦ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୧ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା।
ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।