ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ପ୍ରଶାସନର ସତର୍କତା
କଳିଙ୍ଗା ଘାଟିରେ ୨୩ ଓ ୨୪ ତାରିଖ ଯାତାୟାତ ବନ୍ଦକନ୍ଧମାଳ: ସମ୍ଭାବ୍ୟ ବାତ୍ୟା ଏବଂ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଳିଙ୍ଗା ଘାଟିରେ ସୁରକ୍ଷାମୂଳକ ପଦକ୍ଷେପ ନିଆଯାଇଛି। ୨୩ ଓ ୨୪ ତାରିଖରେ କଳିଙ୍ଗା ଘାଟି ଦେଇ ଯାତାୟାତ ବନ୍ଦ ରହିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ପ୍ରବଳ ବର୍ଷା ଯୋଗୁଁ ଘାଟି ଅଞ୍ଚଳରେ ଭୂସ୍ଖଳନ, ରାସ୍ତାରେ ଗଛ ପଡ଼ିବା ଓ ଅନ୍ୟାନ୍ୟ ବିପଦର ଆଶଙ୍କା ଥିବାରୁ ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ନିଆଯାଇଥିବା ସୂଚନା ମିଳିଛି।ଯାତ୍ରୀମାନଙ୍କୁ ଏହି ସମୟରେ ବିକଳ୍ପ ରାସ୍ତା ବ୍ୟବହାର କରିବା ସହ ପ୍ରଶାସନର ନିର୍ଦ୍ଦେଶ ମାନିବାକୁ ଅନୁରୋଧ କରାଯାଇଛି।
